Showing posts with label Anil Kumar Lahoti. Show all posts
Showing posts with label Anil Kumar Lahoti. Show all posts

Sunday, January 1, 2023

ଶ୍ରୀ ଅନିଲ କୁମାର ଲାହୋଟି

Posted On 01st January 2023 at 12:10 PM by PIB Bhubaneshwar

ରେଳ ବୋର୍ଡର ଅଧ୍ୟକ୍ଷ ତଥା ସିଇଓ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି


ନୂଆଦିଲ୍ଲ:01 ଜାନୁଆରୀ 2023 (PIB//ଓଡିଶା ସ୍କ୍ରିନ୍)::

ଶ୍ରୀ ଅନିଲ କୁମାର ଲାହୋଟି ଆଜି ରେଳ ବୋର୍ଡ (ରେଳ ମନ୍ତ୍ରଣାଳୟ)ର ନୂତନ ଅଧ୍ୟକ୍ଷ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । କ୍ୟାବିନେଟ ନିଯୁକ୍ତି କମିଟି ଶ୍ରୀ ଅନିଲ କୁମାର ଲାହୋଟିଙ୍କର ରେଳ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଭାବରେ ନିଯୁକ୍ତିକୁ ଅନୁମୋଦନ କରିଛି । ଏହା ପୂର୍ବରୁ ଶ୍ରୀ ଅନିଲ କୁମାର ଲାହୋଟି ରେଳ ବୋର୍ଡର ସଦସ୍ୟ (ଭିତ୍ତିଭୂମି) ଭାବରେ କାର୍ଯ୍ୟ କରି ସାରିଛନ୍ତି ।

ଶ୍ରୀ ଲାହୋଟି ଇଣ୍ଡିଆନ୍ ରେଲୱେ ସର୍ଭିସ୍ ଅଫ୍ ଇଞ୍ଜିନିୟର୍ସ, ୧୯୮୪ ବ୍ୟାଚ୍‌ର ଅଧିକାରୀ ଅଟନ୍ତି । ସେ ଭାରତ ସରକାରଙ୍କ ଦ୍ୱାରା ଅନୁମୋଦିତ ଭାରତୀୟ ରେଳ ପରିଚାଳନା ସେବାର ସ୍ତର -୧୭ର ପ୍ରଥମ ପ୍ୟାନେଲରେ ସ୍ଥାନିତ ହୋଇ ସାରିଛନ୍ତି । ସେ ମାଧବ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ ସାଇନ୍ସ, ଗ୍ୱାଲିଅରରୁ ସିଭିଲ ଇଞ୍ଜିନିୟରିଂରେ ସ୍ୱର୍ଣ୍ଣ ପଦକ ଲାଭ କରିଛନ୍ତି ଏବଂ ରୁରକି ବିଶ୍ୱବିଦ୍ୟାଳୟ (ଆଇଆଇଟି, ରୁରକି) ରୁ ମାଷ୍ଟର ଅଫ୍ ଇଞ୍ଜିନିୟରିଂ (ଷ୍ଟ୍ରକଚର୍ସ) କରିଛନ୍ତି । ରେଳବାଇରେ ତାଙ୍କର ୩୬ ବର୍ଷରୁ ଅଧିକ ଅବଧିର ସେବା ସମୟରେ ସେ କେନ୍ଦ୍ରୀୟ ରେଳ, ଉତ୍ତର ରେଳ, ଉତ୍ତର କେନ୍ଦ୍ରୀୟ ରେଳ, ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ